ସମ୍ଭାବ୍ୟ ବନ୍ୟା ସ୍ଥିତି ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ, ଆଜି ଦିନ ୧୧ଟାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର – ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଆଜି ଦିନ ୧୧ଟାରେ ଏକ ଉଚ୍ଚସ୍ତରୀୟ ବୈଠକ ହେବ । ଏସଆରସି ପ୍ରଦୀପ ଜେନା ଏଥିଲେ ଅଧ୍ୟକ୍ଷତା କରିବେ । ବୈଠକରେ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳମାନେ ସାମିଲ ହେବେ । ସମ୍ଭାବ୍ୟ ବନ୍ୟା ସ୍ଥିତି ପାଇଁ ଏସଆରସି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପାଣି ଜମିଥିବା ଓ ତଳିଆ ଅଂଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ରନ୍ଧା ଓ ଶୁଖିଲା ଖାଦ୍ୟ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।ଏହାଛଡା ରାସ୍ତା ଧୋଇ ହୋଇଯାଇଥିଲେ ଯୁଦ୍ଧକାଳୀନ ଭିତ୍ତିରେ ତାହା ମରାମତି ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.