ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀମାନଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟ କାର୍ଡ | News Room Odisha

ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀମାନଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟ କାର୍ଡ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ସେପ୍ଟେମ୍ବର, ମଙ୍ଗଳବାର ଦିନ ରାଉରକେଲା ଗସ୍ତରେ ଆସି ସୁନ୍ଦରଗଡ଼ ଜିଲ୍ଲାର ହିତାଧିକାରୀମାନଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ୫୮୦ କୋଟି ୮୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଓଡ଼ିଶା ସରକାରଙ୍କ ଐତିହାସିକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଫଳରେ ରାଜ୍ୟର ୯୬.୫ ଲକ୍ଷ ପରିବାରର ୩.୫ କୋଟିରୁ ଅଧିକ ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ ସୁରକ୍ଷା। ‘‘ଚିକିତ୍ସା ଲାଗି ଅର୍ଥ କେବେ ବାଧକ ହେବ ନାହିଁ’’ – ଏହା ହିଁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପନା।

ଏହି ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ହିତାଧିକାରୀ ପରିବାରକୁ ତାଲିକାଭୁକ୍ତ ଘରୋଇ ଚିକିତ୍ସାଳୟରେ ମିଳିବ ବର୍ଷକୁ ୫ ଲକ୍ଷ ଓ ପରିବାରର ମହିଳା ସଦସ୍ୟଙ୍କ ପାଇଁ ଆଉ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡଧାରୀ, ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର କାର୍ଡଧାରୀମାନଙ୍କୁ ଏହି ବିଶେଷ ସୁବିଧା ଦିଆଯାଉଛି।

BSKY Smart Health CardChief Minister Naveen PatnaikOdisha Governments