ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର –ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଛତିଶଗଡ ଅଭିମୁଖେ ଗତି କରିଛି । ଏହା କ୍ରମଶଃ ଦୁର୍ବଳ ହୋଇଥିଲେ ମଧ୍ୟ ଓଡିଶାରେ ବର୍ଷା ବିପଦ ଟଳିନାହିଁ । ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଯାଜପୁର, ଦେବଗଡ, ନୂଆପଡା, ନବରଙ୍ଗପୁର ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.