ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ : ଆଜିଠାରୁ ୨୪ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା 

ଭୁବନେଶ୍ୱର- ବଙ୍ଗୋପସାଗରରେ ଥିବା ଘୁର୍ଣ୍ଣିବଳୟ ଆଜି ଓଡିଶା ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ଓ ଆସନ୍ତାକାଲି ଉପକୂଳ ଓଡିଶାରେରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିିଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ସୋନପୁର, ନୂଆପଡା, ବଲାଙ୍ଗିର ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୮ଟି ଜିଲ୍ଲା ପାଇଁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ ।

Comments are closed.