ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶା : ୨୨ରେ ବଲାଙ୍ଗିର ଗସ୍ତ, ସ୍ମାର୍ଟ ହେଲଥ କାର୍ଡ ବଂଟନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ପଶ୍ଚିମ ଓଡିଶାର ବିକାଶ । ସୁନ୍ଦରଗଡ ପରେ ଆସନ୍ତା ୨୨ ତାରିଖରେ ବଲାଙ୍ଗିର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର, ଟିଟିଲାଗଡ ଓ ପାଟଣାଗଡ ଯିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଏଥିସହ ସେ ପ୍ରାୟ ୩ ଶହ କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ହରିଶଙ୍କର ମନ୍ଦିରର ବିକାଶ କାର୍ଯ୍ୟର ବି ଶୁଭ ଦେବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ଓ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଏସକେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପ ଓ ଶିଳାନ୍ୟାସ କରିଥିଲେ ।

Comments are closed.