ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଲ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ୱର – ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଢେଙ୍କାନାଳ, ସମ୍ବଲପୁର, ନୂଆପଡା, ବଲାଙ୍ଗୀର ଓ ସୁବର୍ଣ୍ଣପୁରରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେମ୍ବରୁ ୨୦ ଓ ୨୧ ମଧ୍ୟରେ କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ବରଗଡ, ନୂଆପଡା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷିପାରେ ।

Comments are closed.