ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ଆଜି ବଲାଙ୍ଗିର ଜିଲ୍ଲା ଗସ୍ତ କରୁଛନ୍ତି । ଏହି ଅବସରରେ ସେ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ମାଲକାନଗିରି ଓ ସୁନ୍ଦରଗଡ ପରେ ବଲାଙ୍ଗିର ଜିଲ୍ଲାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ତିନିଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଟିଟିଲାଗଡ ମହିଳା ମହାବିଦ୍ୟାଳୟ ପଡିଆ, ପାଟଣାଗଡ ରମାଇଁ ହାଇସ୍କୁଲ ପଡିଆ ଓ ବଲାଙ୍ଗିର ଗାନ୍ଧି ଷ୍ଟାଡିୟମରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Comments are closed.