ଆଜି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା | News Room Odisha

ଆଜି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର – ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ଆଜି ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ବରଗଡ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।