ଭୁବନେଶ୍ୱର – କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଓଡିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି ବୋଲି ଶୋକବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସବୁ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏହା ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
— Naveen Patnaik (@Naveen_Odisha) September 24, 2021