ବିଜେପି ବିଧାୟକ ପ୍ରାର୍ଥୀ ଓ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷଙ୍କ ସମେତ ଶତାଧିକ ବିଜେଡିରେ ସାମିଲ

ଭୁବନେଶ୍ୱର: ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ଓ ବିକାଶ ମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ ଯାଜପୁର ଜିଲ୍ଲା ଧର୍ମଶାଳାର ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ଚନ୍ଦ୍ର ପରିଡା ( ତୁଷାର ) ବିଧିବଦ୍ଧ ଭାବେ ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ।

ଆଜି ମଧ୍ୟାହ୍ନରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଠାରେ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁରର ବିଧାୟକ ପ୍ରଣବ ପ୍ରକାଶ ଦାସ , ଆଳିର ବିଧାୟକ ପ୍ରତାପ କେଶରୀ ଦେବ , ବିଜେଡି ରାଜ୍ୟ ସାଧାରଣ ସଂପାଦକ ତଥା ଧର୍ମଶାଳାର ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଏବଂ କୋରେଇ ବିଧାୟକ ଅଶୋକ କୁମାର ବଳଙ୍କ ଉପସ୍ଥିତିରେ ଏହି ଯୋଗଦାନ ପର୍ବ ଅନୁଷ୍ଠିତ ହୋଇଥିଲା ।

ଏଥିରେ ଶତାଧିକ ବିଜେପି କର୍ମକର୍ତ୍ତା ବିଜେଡିରେ ଯୋଗଦେଇଥିଲେ ।

Comments are closed.