ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ଗଞ୍ଜାମ, ଗଜପତି ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ବ୍ରହ୍ମପୁର/ପାରଳାଖେମୁଣ୍ଡି – ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଦ୍ୱାରା ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଆଜିଠାରୁ ୨୮ ସେପଟେମ୍ବର ଯାଏଁ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତଳିଆ ଅଂଚଳକୁ ନ ଯିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ଜିଲ୍ଲା ପ୍ରଶାସନ । ଏହି ସମୟ ମଧ୍ୟରେ ନଦୀ ଓ ଜଳାଶୟରୁ ଦୂରେଇ ରହିବା ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।

ଏଣ ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ଗଜପତି ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଆଜି ଓ ରବିବାର ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ । ସଦର ମହକୁମା ନ ଛାଡିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି ।

Comments are closed.