ଗଭୀର ଅବପାତର ରୂପ ନେଲା ଅବପାତ, ୧୨ ଘଣ୍ଟାରେ ବାତ୍ୟାରେ ପରିଣତ ସମ୍ଭାବନା,୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଗଭୀର ଅବପାତର ରୂପ ନେଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେଇପାରେ । ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ଗଞ୍ଜାମ, ରାୟଗଡା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ, କଳାହାଣ୍ଡି ପାଇଁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । କେନ୍ଦ୍ରାପଡା, ଜଗତସିଂହପୁର,କଟକ, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡା ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Comments are closed.