ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ସଜାଗ, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ବ୍ରହ୍ମପୁର – ସମ୍ଭାବ୍ୟ ବାତ୍ୟା ଗୁଲାବର ମୁକାବିଲା ପାଇଁ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଏକ ଜରୁରୀକାଳୀନ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଇଛି ଜିଲ୍ଲା ପ୍ରଶାସନ । ସମୁଦ୍ର ଓ ନଦୀ କୂଳିଆ ଅଞ୍ଚଳ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ଅଧିକାରୀମାନଙ୍କୁ କୁହାଯାଇଛି । ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ । ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ କରିବାକୁ କୁହାଯାଇଛି । ରବିବାର ଓ ସୋମବାର ସମୂଦ୍ର କୂଳକୁ କାହାକୁ ନ ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ତିତଲି ସମୟରେ ଯେଉଁସବୁ ଅଞ୍ଚଳରେ କ୍ଷତି ହୋଇଥିଲା, ସେଥିପ୍ରତି ଧ୍ୟାନ ଦେବାକୁ କହିଛନ୍ତି ଜିଲ୍ଲାପାଳ ।

Comments are closed.