୨୧୬ ପୋଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସବ୍ ଇନ୍ସପେକ୍ଟର, ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ପୂର୍ବରୁ ସହକାରୀ ସବ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ । କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସବ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।

ସବ୍ଇନ୍ସପେକ୍ଟର ମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

Comments are closed.