ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଗରେ ହାଜର ହେଲେ ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକ | News Room Odisha

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଗରେ ହାଜର ହେଲେ ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକ

ଭୁବନେଶ୍ୱର- ପୂର୍ବତନ ଆଇଏଫଏସ ଅଭୟକାନ୍ତ ପାଠକ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ପୂର୍ବରୁ ତାଙ୍କୁ ସମନ କରିଥିଲା ନିର୍ଦ୍ଦେଶାଳୟ । ୮ କୋଟି ଟଙ୍କାର କାରବାର ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଖୋଳତାଡ କରୁଛି । ପୁଅ ଆକାଶ ପାଠକଙ୍କ ଆକାଉଣ୍ଟରୁ ଅଭୟଙ୍କ ଆକାଉଣ୍ଟକୁ କୋଟି କୋଟି ଟଙ୍କା ଯାଇଥିବା ଅଭିଯୋଗ ହେବା ପରେ ତାହାର ଖୋଳତାଡ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବରୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ ଅଭୟ ପାଠକ ।