ଆସନ୍ତା ୧୦ ତାରିଖରେ ଆଉ ଏକ ଲଘୁଚାପ ଆଶଙ୍କା

ଭୁବନେଶର – ଓଡିଶା ପାଇଁ ଆଉ ଏକ ଲଘୁଚାପ ଆଶଙ୍କା ରହିଛି । ଆସନ୍ତା ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ପରବର୍ତ୍ତୀ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

Comments are closed.