ନବୀନଙ୍କ ଦଶହରା ଭେଟି : ଜୁଲାଇ ପହିଲାରୁ ପିଛିଲା ଭାବେ ରାଜ୍ୟ ସରକାରୀ କର୍ମଚାରୀ, ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ୧୧ ପ୍ରତିଶତ ବୃଦ୍ଧି , ଅକ୍ଟୋବରରେ ପାଇବେ

 

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି।

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବଢ଼ି ,୨୮ ପ୍ରତିଶତରେ ପହଞ୍ଚିଲା ।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧-୭-୨୦୨୧ରୁ ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Comments are closed.