ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର- ଉତ୍ତର ଆଣ୍ଡାମାନ ସାଗର ଓ ଆଖପାଖ ଅଂଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ଏହା ୩ ଦଶମିକ ୧ ରୁ ୫ ଦଶମିକ ୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ପରବର୍ତ୍ତୀ ସମୟରେ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପରେ ୪-୫ ଦିନ ଯାଏଁ ଏହା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । କିଛି ଦିନ ତଳେ ବାତ୍ୟା ଗୁଲାବ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ହୋଇଥିଲା । ବିଶେଷ କରି ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ଅଧିକ ଥିଲା ।

Comments are closed.