ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସରୁମ ପାଠପଢା

ଭୁବନେଶ୍ୱର- ଆସନ୍ତା ୨୧ ତାରିଖରୁ ଏକାଦଶ ଶ୍ରେଣୀ ପାଇଁ ଖୋଲିବ ସ୍କୁଲ୍ । ୨୫ ତାରିଖରୁ ଆରମ୍ଭ ହେବ ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସରୁମ୍ ପାଠପଢା । ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାସ ଏହି ସୂଚନା ଦେଇଛନ୍ତି । ଏ ନେଇ ସବୁ ଜିଲ୍ଲାର ଡିଇଓଙ୍କ ସହ ଆସନ୍ତାକାଲି ବୈଠକ ହେବ । କ୍ଲାସରୁମ୍ ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ । ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ଚାଲିଥିଲା । ଛାତ୍ରଛାତ୍ରୀମାନେ ଅଫଲାଇନ୍ କ୍ଲାସ କରୁଥିଲେ ।

Comments are closed.