ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର – ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଦକ୍ଷିଣ ଓଡିଶାର ବିଭିନ୍ନ ଜିଲ୍ଲାରେ ସକାଳୁ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବଗରେ ଆସନ୍ତା ଦୁଇ ଦିନ ମଧ୍ୟ ବର୍ଷା ହେବ । ତେବେ ପୂର୍ବର ବାତ୍ୟା ଆଶଙ୍କା ଆଉ ନାହିଁ ବୋଲି ଆଇଏମଡି ଡିଜି କହିଛନ୍ତି । ଆଇଏମଡି ବାତ୍ୟାର ପୂର୍ବାନୁମାନ କରି ନ ଥିଲା । କେବଳ ଲଘୁଚାପ ବର୍ଷା ହେବ ବୋଲି କହିଥିଲା ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଲଘୁଚାପ ପ୍ରଭାବରେ ପ୍ରଥମେ ଉପକୂଳ ଓ ପରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ । ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଇଏମଡି କହିଛି ।

Comments are closed.