ଭୁବନେଶ୍ୱର: କୋଭିଡ଼ ସକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ ।
କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।
ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡ଼ ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାର କୁ ସାହାଯ୍ୟ କରିବା ଏବଂ,ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
Comments are closed.