ରାଜ୍ୟରେ ଆଉ ତିନି ଦିନ ଲଘୁଚାପ ବର୍ଷା

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ରାଜ୍ୟରେ ଆଉ ୧୬ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । କେନ୍ଦ୍ରାପଡା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡଘଡିସବ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ରାଜ୍ୟରେ ଆଉ ତିନି ଦିନ ଲଘୁଚାପ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୧୮ ଓ ୧୯ ତାରିଖରେ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Comments are closed.