୨୨ରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ସେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏଥିସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରାୟ ଦୁଇ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲାର ୨୬ ବ୍ଲକରେ ଜୋରଦାର ପ୍ରସ୍ତୁତି ଚାଲିଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଦେବଗଡ, ଗଜପତି ଓ ପୁରୀ ଜିଲ୍ଲାରେ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲେ ।

Comments are closed.