ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ପରଲୋକ

ଭୁବନେଶ୍ୱର – ଓଡିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ବରିଷ୍ଠ ବିଜେପି ନେତା ପ୍ରହଲ୍ଲାଦ ଦୋରାଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଥିଲେ । ମାସକ ତଳେ ପ୍ରହଲ୍ଲାଦ ଦୋରାଙ୍କ ପତ୍ନୀ ବିୟୋଗ ହୋଇଥିଲା । ତାଙ୍କ ବିୟୋଗରେ ଶୋକ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରହଲ୍ଲାଦ ଦୋରାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.