ପୋଲିସ ସହିଦ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ପୋଲିସ ସହିଦ ସ୍ମୃତି ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ତ୍ତବ୍ୟରତ ଅବସ୍ଥାରେ ପ୍ରାଣବଳି ଦେଇଥିବା ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ସହିଦ ପୋଲିସଙ୍କ ବୀରତ୍ୱ, ସାହସିକତା ଓ ବଳିଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣା । ସବୁ ସହିଦ ଓ ସେମାନଙ୍କ ପରିବାରକୁ ସମ୍ମାନ ଜଣାଇବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.