ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବାରିପଦା – ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଯାଏଁ ରାଜ୍ୟରେ ୧୦ ଲକ୍ଷ ହିତାଧିକାରୀ ବିଏସକେୱାଇ ସ୍ମାର୍ଟ କାର୍ଡ ପାଇସାରିଛନ୍ତି । ପ୍ରତିଟି ଜୀବନ ମୂଲ୍ୟବାନ । ସମସ୍ତେ ସମ୍ମାନର ସହ ବଂଚନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୟୂରଭଞ୍ଜ ହେଉଛି କଳାର ଭୂମି । ଏଠାକୁ ଆସି ସେ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.