ବିଜେଡି ପ୍ରତି ଆସ୍ଥା ସ୍ଥାପନ, ଦଳରେ ସାମିଲ ହେଲେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ

କାଲିମେଳା – ଆଗାମୀ ପଂଚାୟତ ନିର୍ବାଚନ ପୂର୍ବରୁ ବିଜେଡିର ଶକ୍ତି ବୃଦ୍ଧି ପାଇବାରେ ଲାଗିଛି । ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଏମପିଭି-୮୧ରେ ଆୟୋଜିତ ମିଶ୍ରଣ ପର୍ବରେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ୧୦୦ରୁ ଅଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଜେପି ଓ କଂଗ୍ରେସ କର୍ମୀମାନେ ଦଳରେ ସାମିଲ ହୋଇଥିଲେ । ଏହି ମିଶ୍ରଣ ପର୍ବରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି, ସ୍ୱତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ମାନଓ ମାଡକାମୀ, ଜିଲ୍ଲା ବିଜେଡି କାର୍ଯ୍ୟକାରୀ ସଭାପତି ଦୁର୍ଗା ପ୍ରସାଦ ତ୍ରିପାଠୀ, ଜିଲ୍ଲା ସାଧାରଣ ସଂପାଦକ ଗୋପାଳକୃଷ୍ଣ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ ।

Comments are closed.