ଖେଳରତ୍ନ ପାଇଁ ମନୋନୀତ ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର – ଓଡିଶାର ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ପାରା ବ୍ୟାଡମିଂଟନ ତାରକା ତଥା ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ବିଜେତା ପ୍ରମୋଦ ଭଗତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭବିଷ୍ୟତରେ ପ୍ରମୋଦ ଆହୁରି ଅନେକ ସଫଳତା ହାସଲ କରି ଓଡିଶା ଓ ସାରାଦେଶକୁ ଗର୍ବିତ କରନ୍ତୁ ବୋଲି କହି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.