ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା | News Room Odisha

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶା ସବୁବେଳେ ପ୍ରକୃତିର କୋପର ସମ୍ମୁଖୀନ ହୋଇଆସିଛି । ୧୯୯୯ର ବିଧ୍ୱଂସକାରୀ ମହାବାତ୍ୟା ପରଠାରପ ଓଡିଶା ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ଦୃଢ ପଦକ୍ଷେପ ନେଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସରେ ଏକ ସୁରକ୍ଷିତ ଭବିଷ୍ୟତ ପାଇଁ ଆମର ଉଚ୍ଚ ପ୍ରଶଂସିତ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ଦୃଢ କରିବାକୁ ସମସ୍ତେ ସଂକଳ୍ପ ନେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।