ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ବିରୋଧରେ ବିଜେଡିର ହୁଙ୍କାର, ରାଜରାସ୍ତାକୁ ଓହ୍ଲାଇବ ଦଳ

ଭୁବନେଶ୍ୱର- ଦରଦାମ ବୃଦ୍ଧି ନେଇ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରିଛି ବିଜେଡି । ଦରଦାମ ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ ଦଳ । ଏ ନେଇ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି । ନଭେମ୍ବର ୧ ତାରିଖରେ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବ ବିଜୁ ମହିଳା ଜନତା ଦଳ । ରାଜ୍ୟର ୧୪୭ ନିର୍ବାଚନମଣ୍ଡଳୀରେ ମହିଳା ବିଜେଡି ପକ୍ଷରୁ ପ୍ରତିବାଦ କରାଯିବା ସହ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ହେବ । ଆସନ୍ତାକାଲି ଦଳ ପକ୍ଷରୁ ରାଜଭବନ ଆଗରେଧାରଣା ଦିଆଯିବା ସହ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳଙ୍କ ଜରିଆରେ ସ୍ମାରକପତ୍ର ଦିଆଯିବ । ନଭେମ୍ବର ୫ରୁ ୭ ତାରିଖ ଯାଏଁ ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ବିରୋଧରେ ୧୪୭ ନିର୍ବାଚନମଣ୍ଡଳୀରେ ବିଜୁ ଯୁବ ଓ ଛାତ୍‌ର ଜନତା ଦଳ ପକ୍ଷରୁ ପେଟ୍ରୋଲ ପମ୍ପରେ କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ କରାଯିବ ।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ଅତନୁ ସବ୍ୟସାଚୀ କହିଛନ୍ତି ଯେ, ଦରଦାମ ନିୟନ୍ତ୍ରଣ କ୍ଷେତ୍ରରେ କେନ୍ଦ୍ର ସରକାର ବିଫଳ ହୋଇଛନ୍ତି । ବେଡି ଉପରେ କୋରଡା ମାଡ ଭଳି ଦରଦାମ ବୃଦ୍ଧି ହୋଇଛି ।

Comments are closed.