ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଂଟନର କରିବେ ଶୁଭାରମ୍ଭ

ସମ୍ବଲପୁର -ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଗସ୍ତରେ ଯିବେ । କୁଚିଣ୍ଡାଠାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଆଜି ଦି ୧୧ଟାରେ ମୁଖ୍ୟମନ୍ତ୍ରୀ କୁଚିଣ୍ଡାରେ ପହଂଚିବେ । ମୁଖ୍ୟମନ୍ତ୍ରୀ ନିଜେ କିଛି ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବାଂଟିବେ । ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ କୁଚିଣ୍ଡା ବିଧାୟକ କିଶୋର ନାୟକ, ସମ୍ବଲପୁର ଲୋକସଭା ସଦସ୍ୟ ନିତେଶ ଗଙ୍ଗଦେବ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଦାସ ମଧ୍ୟ ଯୋଗ ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିଜେ କୁଚିଣ୍ଡାରେ ସମସ୍ତ ପ୍ରସ୍ତୁତିର ତଦାରଖ କରିଛନ୍ତି ।

Comments are closed.