ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି, ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ନୂଆ ବିଚାରପତି ନିଯୁକ୍ତ 

କଟକ– ଓଡିଶା ହାଇକୋର୍ଟରେ ଆଉ ଜଣେ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦିଆଯାଇଛି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତମାସରେ ତିନି ଜଣ ନୂଆ ବିଚାରପତି ଶପଥ ନେଇଥିଲେ ।

Comments are closed.