ରାଜ୍ୟରେ ଆଉ ୩୫୧ କୋରୋନା ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୩୫୧ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ୪ ଶହ ତଳେ ହିଁ ରହିବା ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୦୭ ଓ ସ୍ଥାନୀୟ ଅଂଚଳରୁ ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୪୫ ଜଣ ଶିଶୁ ଓ କିଶୋର ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧, କଟକରୁ ୩୫, ଯାଜପୁରରୁ ୧୫, ବାଲେଶ୍ୱରରୁ ୧୩, ଜଗତସିଂହପୁରରୁ ୧୦, କେନ୍ଦ୍ରାପଡାରୁ ୮, ଭଦ୍ରକରୁ ୬, ନୟାଗଡରୁ ୬, ପୁରୀରୁ ୬, ସମ୍ବଲପୁରରୁ ୫, ବଲାଙ୍ଗିରରୁ ୪, ମୟୂରଭଞ୍ଜରୁ ୩, ସୁନ୍ଦରଗଡରୁ ୩, ଗଜପତିରୁ ୨, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ଅନୁଗୁଳରୁ ୧, ଦେବଗଡରୁ ୧, ଝାରସୁଗୁଡାରୁ ୧, କେନ୍ଦୁଝରରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮ଟି ଜିଲ୍ଲାରୁ କୌଣସି ନୂଆ ମାମଲା ଚିହ୍ନଟ ହୋଇନାହିଁ । ଷ୍ଟେଟ ପୁଲରୁ ୪୪ ମାମଲା ଆସିଛି ।

ରାଜ୍ୟରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୨ ହଜାର ୭୭୩ ଜଣ କୋରୋନା ସଂକ୍ରମିତ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୩୦ ହଜାର ୪୪୨ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ୩ ହଜାର ୯୩୧ ରୋଗୀ ଚିକିତ୍ସାଧୀନ ଅଛନ୍ତି ।