ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ୧୮ରେ ପହଞ୍ଚିଲା ବିଚାରପତିଙ୍କ ସଂଖ୍ୟା

କଟକ- ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି ଉପସ୍ଥିତ ଥିଲେ ।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହେଉଛନ୍ତି ବିଶିଷ୍ଟ ପ୍ରକାଶକ ସ୍ୱର୍ଗତ ଶ୍ରୀଧର ମହାପାତ୍ରଙ୍କ ନାତି ତଥା ପ୍ରକାଶକ ସ୍ୱର୍ଗତ ଅଭିରାମ ମହାପାତ୍ରଙ୍କ ପୁଅ । ୧୯୬୯ରେ ଜନ୍ମ ଗ୍ରହଣ କରିଥିବା ଜଷ୍ଟିସ ଆଦିତ୍ୟ ମଧୁସୂଦନ ଆଇନ କଲେଜକରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୫ରେ ହାଇକୋର୍ଟରେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ । ଦୀର୍ଘ ୨୬ ବର୍ଷ ମଧ୍ୟରେ ସେ ହାଇକୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲା ପରିଚାଳନା କରିଛନ୍ତି । ଜଷ୍ଟିସ ଆଦିତ୍ୟ ମହାପାତ୍ରଙ୍କ ନିଯୁକ୍ତ ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୮ରେ ପହଞ୍ଚଛି ।

Comments are closed.