ଆସନ୍ତା ୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର- ଆସନ୍ତା ୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି । ଆସନ୍ତା ୯ ତାରିଖରେ ରାଜ୍ୟରେ ଶୀତ ବଢିବା ବି ସମ୍ଭାବନା ରହିଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ରାତିର ତାପମାତ୍ରା ହ୍ରାସ ପାଇବ । ୧୦ ତାରିଖ ବେଳକୁ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ହ୍ରାସ ପାଇବ । ବିଶେଷ କରି ପାହାଡିଆ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Comments are closed.