ରାଜ୍ୟରେ ଆଉ ୨୯୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ଆଉ ୨୯୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ କରୋନାର ନିମ୍ନଗତି ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୯୬ ନୂଆ ଆକ୍ରାନ୍ତ । ସଙ୍ଗରୋଧରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୫୮ ଜଣ ୧୮ ବର୍ଷରୁ କମ୍ ବୟସ୍କ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨, କଟକରୁ ୨୩, ସୁନ୍ଦରଗଡରୁ ୨୩, ଯାଜପୁରରୁ ୧୪, ଗଜପତିରୁ ୧୦, ଦେବଗଡରୁ ୫, ବାଲେଶ୍ୱର, ଭଦ୍ରକ, ମାଲକାନଗିର. ମୟୂରଭଞ୍ଜ, ସମ୍ବଲପୁରରୁ ୪ ଲେଖାଏଁ, ଜଗତସିଂହପୁରରୁ ୩, ବଲାଙ୍ଗିରରୁ ୨, ଢେଙ୍କାନାଳ, ଝାରସୁଗୁଡା, କେନ୍ଦ୍ରାପଡା, କୋରାପୁଟ, ନବରଙ୍ଗପୁର, ନୟାଗଡ, ପୁରୀ ଓ ରାୟଗଡାରୁ ଜଣେ ଲେଖାଏଁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

୮ଟି ଜିଲ୍ଲାରୁ କୌଣସି ମାମଲା ଆସି ନ ଥିବା ବେଳେ ଷ୍ଟେଟ୍ ପୁଲ୍‌ରୁ ୩୬ଟି ମାମଲା ରିପୋର୍ଟ କରାଯାଇଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩୨ ହଜାର ୫୬୬ । ୩ ହଜାର ୫୮ ରୋଗୀ ଏବେ ଚିକିତ୍ସାଧୀନ ଅଛନ୍ତି ।

COVID-19