ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସକ୍ରିୟ, ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା | News Room Odisha

ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସକ୍ରିୟ, ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର- ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଅବପାତ । ଏହାର ପ୍ରଭାବରେ ଆଜିଠାରୁ ଦକ୍ଷିଣ ଆଭ୍ୟନ୍ତରୀଣ ତଥା ଉପକୂଳ ଓଡିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।