ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ ଜିଲ୍ଲା ଗସ୍ତ, ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ, ଜିଲ୍ଲାକୁ ଦେବେ ୨୯୫ କୋଟିର ପ୍ରକଳ୍ପ ଭେଟି

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲା ଗସ୍ତ କରିବେ । ବିଜେପୁରରେ ହେବାକୁ ଥିବା ସମାବେଶରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ହେଲଥ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବରଗଡ ଜିଲ୍ଲାକୁ ୨୯୫ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ମୁଖ୍ୟମନ୍ତ୍ରୀ । ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମମରେ ୨୧ଟି ସ୍ମାର୍ଟ ସ୍କୁଲ୍‌ର ଲୋକାର୍ପଣ ମଧ୍ୟ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

Comments are closed.