ରାଜ୍ୟରେ ୨୪୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୨୪୭ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୧୪୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୩୭ ଜଣ ୧୮ ବର୍ଷରୁ କମ୍ ବୟସ୍କ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୨, ସମ୍ବଲପୁରରୁ ୧୩, ମୟୂରଭଞ୍ଜରୁ ୧୨, ଜଗତସିଂହପୁରରୁ ୯, ଯାଜପୁରରୁ ୮, ସୁନ୍ଦରଗଡରୁ ୮, କେନ୍ଦ୍ରାପଡାରୁ ୭, ଦେବଗଡରୁ ୭, ଝାରସୁଗୁଡାରୁ ୩, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଗଜପତି, ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି,ମାଲକାନଗିରି,ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦ଟି ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବା ବେଳେ ଷ୍ଟେଟ ପୁଲରୁ ୨୬ଟି ମାମଲା ଆସିଛି ।

ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୦୯କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୩୩ ହଜାର ୯୯୧ ସୁସ୍ଥ ହୋଇସାରିଛନ୍ତି । ୨ ହଜାର ୭୯୦ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.