ପୁଣି ଲଘୁଚାପ, ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର – ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ୧୯ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଶନିବାର ଦକ୍ଷିଣ ଆଣ୍ଡାମାନ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆଜି ସାମାନ୍ୟ ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିଛି । ଏହା ବର୍ତ୍ତମାନ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି । ଆସନ୍ତା୧୭ ତାରିଖ ବେଳକୁ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅତିକ୍ରମ କରି ପଶ୍ଚିମ –କେନ୍ଦ୍ର ବଙ୍ଗୋପସାଗରରେ ପହଂତିଲା ପରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ୧୮ ତାରିଖରେ ଆନ୍ଧ୍ର ଉପକୂଳରେ ପହଂଚିପାରେ ।ଏହାର ପ୍ରଭାବରେ ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ ଓ ଗଜପତି ଜିଲ୍ଲାର ପ୍ରବଳ ବର୍ଷା ହୋଇପାରେ । ୧୮ ତାରିଖରେ ଏହି ଦୁଇ ଜିଲ୍ଲା ସମେତ ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.