ପରଲୋକରେ ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁ, ରାଜନୈତିକ ମହଲରେ ଶୋକ | News Room Odisha

ପରଲୋକରେ ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁ, ରାଜନୈତିକ ମହଲରେ ଶୋକ

ଭୁବନେଶ୍ୱର- ଜଗତସିଂହପୁର ଜିଲ୍ଲା ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ବାଲିକୁଦାରୁ ୪ ଥର ବିଧାୟକ ନିର୍ବାଚିତ ହୋଇଥିଲେ ଉମେଶ ସ୍ୱାଇଁ । ୧୯୭୭ରେ ସେ ପ୍ରଥମେ ଜନତା ଦଳରୁ ବିଧାୟକ ନିର୍ବାଚିତ ହୋଇଥିଲେ । ୧୯୯୦ରେ ବି ସେ ବିଧାନସଭାକୁ ଯାଇଥିଲେ । ପରେ ସେ କଂଗ୍ରେସର ଯୋଗ ଦେଇ ଦୁଇ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । କିଛି ବର୍ଷ ପୂର୍ବେ ସେ ବିଜେଡିରେ ଯୋଗ ଦେଇଥିଲେ ।

ଉମେଶ ଚନ୍ଦ୍ର ସ୍ୱାଇଁଙ୍କ ମୃତ୍ୟୁରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି ଯେ, ସ୍ୱର୍ଗତଃ ସ୍ୱାଇଁ ନିଃସ୍ୱାର୍ଥପର ସେବା ଓ ଜନ କଲ୍ୟାଣକାରୀ କାର୍ଯ୍ୟ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟ ନେତା ଓ ମନ୍ତ୍ରୀମାନେ ବି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।