କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀଜିଉମାନଙ୍କ ରାଜରାଜେଶ୍ୱର ବେଶ

ପୁରୀ: କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେବ । ତେବେ କୋଭିଡ୍ କଟକଣା ପାଇଁ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଥିବାରୁ ଶ୍ରୀଜିଉଙ୍କ ଏହି ବେଶକୁ ଦର୍ଶନ କରିବାରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ । ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । କରୋନା କଟକଣା ଯୋଗୁଁ ଏଥର ବୋଇତ ବନ୍ଧାଣ ଉପରେ କଟକଣା ଲାଗିଛି । କୌଣସି ଜଳାଶୟ, ପୁସ୍କରିଣୀ, ନଦୀରେ ଡଙ୍ଗା ଭସାଣ ହେବ ନାହିଁ ।

କୌଣସି ବ୍ୟକ୍ତି ମନ୍ଦିରକୁ ଯାଇ ଦିଅଁ ଦର୍ଶନ କରିପାରିବେ ନାହିଁ । ସେନେଇ କଟକଣା ଲଗାଯାଇଛି । ଅନ୍ୟପଟେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ ଅନୁଷ୍ଠିତ ହେବ। କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଥାଏ ।ଏହା ସୁନାବେଶର ଅନୁରୂପ।ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜାଇଥାନ୍ତି । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ୟ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି ।
ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । କିନ୍ତୁ କରୋନା ପାଇଁ ମାର୍ଚ୍ଚ ମାସରୁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ସେପଟେ ଆଜି ମହାଧାର୍ମିକ କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପାଇଁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। କିନ୍ତୁ କରୋନା ସଂକ୍ରମଣ କାରଣରୁ ଚଳିତବର୍ଷ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ଲାଇନ ଅନୁଯାୟୀ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଉପରେ କଟକଣା ଲଗାଯାଇଛି। ଏସବୁ ସ୍ଥାନରେ ପୋଲିସ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯିବ। ସେପଟେ ପର୍ୟ୍ୟଟକ ତଥା ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବା ଯୋଗୁଁ ଭକ୍ତ ମାନେ ଶୃଙ୍ଖଳାର ସହ ପତିତପାବନଙ୍କ ଦର୍ଶନ କରିବା ପାଇଁ ଏସପି କନୱର ବିଶାଲ ସିଂହ ଅନୁରୋଧ କରିଛନ୍ତି।

Comments are closed.