ଆଜି ସଂଧ୍ୟାରେ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ | News Room Odisha

ଆଜି ସଂଧ୍ୟାରେ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ

ଭୁବନେଶ୍ୱର- ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ ଆଜି ସଂଧ୍ୟାରେ ପ୍ରକାଶ ପାଇବା ସମ୍ଭାବନା ରହିଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୱେବସାଇଟରେ ପରୀକ୍ଷାଫଳ ଉପଲବ୍ଧ ହେବ । ଅକ୍ଟୋବର ପହିଲାରୁ ୧୧ ତାରିଖ ଯାଏଁ ଅଫଲାଇନ ପରୀକ୍ଷା ହୋଇଥିଲା । ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ । ୧୩ ହଜାର ୪୩ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଥିଲେ । ୨ଟି ଇଲେକଟିଭ ସବଜେକ୍ଟ ଓ ମାତୃଭାଷାରେ ପରୀକ୍ଷା ହୋଇଥିଲା ।