ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ | News Room Odisha

ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ମରାମତି ତଥା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।