ଦୁଇ ଦିନ ପରେ ରାଜ୍ୟରେ ଶୀତ ବଢିବା ସମ୍ଭାବନା

ଭୁବନେଶ୍ୱର- ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଜାରି ରହିଛି । ଭୁବନେଶ୍ୱର ସ୍ଥିତ ଆଂଚଳକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ଦୁଇ ଦିନ ଯାଏ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି । ୪୮ ଘଣ୍ଟା ପରେ ରାଜ୍ୟରେ ଶୀତ ବଢିବା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Comments are closed.