ରାଜ୍ୟ ସରକାରଙ୍କ ଅତିରିକ୍ତ ବଜେଟକୁ ମନ୍ତ୍ରୀ ପରିଷଦର ଅନୁମୋଦନ

ଭୁବନେଶ୍ୱର- ରାଜ୍ୟ ସରକାରଙ୍କ ଅତିରିକ୍ତ ବଜେଟକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ମଞ୍ଜୁରୀ ମିଳିଛି । ପ୍ରାୟ ୧୯ ହଜାର କୋଟିରୁ ଅଧିକ ଟଙ୍କାର ଅତିରିକ୍ତ ବଜେଟ୍‌କୁ ବୈଠକରେ ମଞ୍ଜୁରୀ ମିଳିଛି । ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ହିଁ ଅତିରିକ୍ତ ବଜେଟ ଆଗତ ହେବ । ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ ।

Comments are closed.