ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପ୍ରକଳ୍ପର ଶିଳାନ୍ୟାସ କଲେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ

ପୁରୀ- ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ । ଯଜ୍ଞସ୍ଥଳରେ ଅନ୍ୟମାନଙ୍କ ମଧ୍ୟରେ ବାଚସ୍ପତି, ଆଇନ ମନ୍ତ୍ରୀ, ପିସିସି ସଭାପତି, ପୁରୀ ସାଂସଦ ଓ ବିଧାୟକ ଉପସ୍ଥିତି ରହିଛି । ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ, ଜିଲ୍ଲାପାଳ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ବି ଉପସ୍ଥିତ ଥିଲେ । ଆଜି ଓଡିଶା ପାଇଁ ଏକ ଐତିହାସିକ ଦିନ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । ସାରାବିଶ୍ୱର ଜଗନ୍ନାଥପ୍ରେମୀଙ୍କ ପାଇଁ ଆଜିର ଦିନ ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

 

ଉପସ୍ଥିତିରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ପାଇଁ ଜମି ଦେଇଥିବା ବ୍ୟକ୍ତିମାନଙ୍କୁ ସମ୍ମାନିତ କରିଛନ୍ତି । ଏଥିସହ ପରିକ୍ରମା ପ୍ରକଳ୍ପର ରିପ୍ଲିକା ବା ପ୍ରତିକୃତି ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରକଳ୍ପ ପାଇଁ ଭୂମି ପୂଜନ ସକାଶେ ଗତ ତିନି ଦିନ ଧରି ଚାଲିଥିବା ଯଜ୍ଞର ଆଜି ପୂର୍ଣ୍ଣାହୁତି ଦିଆଯାଇଛି । ପୁରୀକୁ ବିଶ୍ୱର ଐତିହ୍ୟସ୍ଥଳୀରେ ପରିଣତ କରିବା ପାଇଁ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ପରିକଳ୍ପନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Comments are closed.