ବିଏସକେୱାଇ ସ୍ମାର୍ଟ କାର୍ଡ ସେବାରେ ଯୋଡିହେବ ବାଲେଶ୍ୱର, ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଦେବେ ୧୪୭୬ କୋଟିର ପ୍ରକଳ୍ପ

ଭୁବନେଶ୍ୱର- ଆଜି ବାଲେଶ୍ୱରରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ କାର୍ଡ ଦ୍ୱାରା ଜିଲ୍ଲାର ୫ ଲକ୍ଷ ୧୩ ହଜାର ୩୫୨ ପରିବାର ଉପକୃତ ହେବେ । ଜିଲ୍ଲା ପାଇଁ ବିଏସକେୱାଇ ସ୍ମାର୍ଟ କାର୍ଡ ଶୁଭାରମ୍ଭ କରିବା ସହ ୧ ହଜାର ୪୭୬ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପ ଭେଟି ଦେବେ ମୁଖ୍ୟମନ୍ତ୍ରୀ । ୩୭୬ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୧୧୦୦ କୋଟି ଟଙ୍କାର ୧୦୯ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ।

Comments are closed.