ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା: ତିନି ମୃତକଙ୍କ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହା ସହିତ ଦୁର୍ଘଟଣା ରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed.