ସମ୍ଭାବ୍ୟ ଲଘୁଚାପ ବର୍ଷାର ମୁକାବିଲା ନେଇ ତତ୍ପରତା, ଅମଳ ଧାନର ସୁରକ୍ଷା ପାଇଁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର- ରାଜ୍ୟରେ ସମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ତତ୍ପରତା ଦେଖାଇଛନ୍ତି ସରକାର । ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ମଣ୍ଡିରେ ଧାନ ଥିଲେ ଘୋଡାଇ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପରିସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଏସଅରସି ପରାମର୍ଶ ଦେଇଛନ୍ତି । ଡିସେମ୍ବର ପ୍ରଥମ ସପ୍ତାହରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ବାତ୍ୟା ଆଶଙ୍କା ରହିଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପୂର୍ବାନୁମାନ ଅନୁସାରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଡିସେମ୍ବର ୩ରୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ରାଜ୍ୟ ସରକାର ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ତତ୍ପରତା ପ୍ରକାଶ କରିଛନ୍ତି ।

Comments are closed.